ଅତାବିରା ଓ ହିନ୍ଦୋଳରେ ଏନଏସି ନିର୍ବାଚନରେ ବିଜେଡିର ବାଜିମାତ୍
ଭୁବନେଶ୍ବର : (ସଂକେତ୍ ଟିଭି) ଅତାବିରା ଓ ହିନ୍ଦୋଳ ଏନଏସି ନିର୍ବାଚନରେ ବିଜେଡି ବାଜିମାତ କରିଛି । ଉଭୟ ଅତାବିରା ଓ ହିନ୍ଦୋଳରେ ଚେୟାରମ୍ୟାନ ପଦ ମଧ୍ୟ ବିଜେଡି ଖାତାକୁ ଆସିଛି ।
ଅତାବିରାରେ ୧୨ଟି ୱାର୍ଡରୁ ୧୧ଟି ୱାର୍ଡରେ ବିଜେଡି ବିଜୟୀ ହୋଇଛି । ଗୋଟିଏ ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ସେହିପରି ହିନ୍ଦୋଳରେ ୧୬ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛି । ବିଜେପି ପ୍ରାର୍ଥୀଙ୍କୁ ହରାଇ ବିଜେଡିର କେଶବ ପ୍ରଧାନ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ମୋଟ ୧୬ଟି ୱାର୍ଡରୁ ୫ଟି ୱାର୍ଡରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି ।ଅତାବିରା ଓ ହିନ୍ଦୋଳରେ ଏନ୍ଏସିରେ ବିଜେଡି ବିଜୟ ହାସଲ କରିବା ପରେ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ବିଜେଡି କର୍ମୀମାନେ ନାଚି ଓ ପରସ୍ପରକୁ ମିଠା ଖୁଆଇ ଉତ୍ସାହ ମନାଇଛନ୍ତି।
ସୂଚନାଯୋଗ୍ୟ, ଗତ ୩ ତାରିଖରେ ଅତାବିରା ଓ ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଭୋଟ ଗ୍ରହଣ ହୋଇଥିଲା ।