କେଦାରନାଥରେ ହେଲିକପ୍ଟର ସହ ସେଲ୍ଫି ନେବା ବେଳେ ବ୍ଲେଡ୍‌​‌ରେ କଟି ଅଧିକାରୀଙ୍କ ମୃତ୍ୟୁ

ଡେରାଡୁନ : (ସଂକେତ୍ ଟିଭି) କେଦାରନାଥ ଧାମରେ ଥିବା ହେଲିପ୍ୟାଡରେ ହେଲିକପ୍ଟର ସହ ସେଲ୍ଫି ନେବାକୁ ଯାଇ ପ୍ରାଣ ହରାଇଛନ୍ତି ଜଣେ ସରକାରୀ ଅଧିକାରୀ। ରବିବାର ଅପରାହ୍ନରେ ହେଲିକପ୍ଟରର ପଙ୍ଖାରେ ଜଣେ ଯୁବକଙ୍କର ବେକ କଟିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ଜିତେନ୍ଦ୍ର କୁମାର ସାଇନି ବୋଲି ଜଣାପଡ଼ିଛି। ସାଇନି ଉତ୍ତରାଖଣ୍ଡ ବେସାମରିକ ବିମାନ ଚଳାଚଳର ଆର୍ଥିକ ନିୟନ୍ତ୍ରକ ଥିଲେ।

ସୂଚନା ଅନୁସାରେ, କେଦାରନାଥ ଧାମରେ ଥିବା ହେଲିପ୍ୟାଡରେ ହେଲିକପ୍ଟର ଅବତରଣ କରିବା ସମୟରେ ଜିତେନ୍ଦ୍ର ସାଇନି ହେଲିକପ୍ଟର ନିକଟକୁ ସେଲଫି ନେବାକୁ ଯାଇଥିଲେ। ଏହି ସମୟରେ ହେଲିକପ୍ଟରର ପଛପଟେ ଲାଗିଥିବା ପଙ୍ଖାରେ ତାଙ୍କର ବେକ କଟି ଯାଇଥିଲା ଏବଂ ସେ ଘଟଣାସ୍ଥଳରେ ମୃତ୍ୟୁଘଟିଥିଲା। ହେଲିପ୍ୟାଡରେ ଦୁର୍ଘଟଣା ସମୟରେ ଉତ୍ତରାଖଣ୍ଡ ବେସାମରିକ ବିମାନ ଚଳାଚଳର ସିଇଓ ମଧ୍ୟ ଉପସ୍ଥିତ ଥିଲେ ବୋଲି କୁହାଯାଉଛି।