ବଙ୍ଗୋପସାଗରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ବର (ସଂକେତ୍ ଟିଭି) ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ନୂଆଦିଲ୍ଲୀ: ଆଜି ସକାଳ ୮.୩୦ରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି ।

୯ ତାରିଖ ସକାଳେ ଅବପାତରେ ପରିଣତ ହେବା ପରେ ବାତ୍ୟାର ରୂପ ନେଇପାରେ । ୭ ତାରିଖ ବେଳକୁ ଏହି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାପରେ ୮ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେବ ବୋଲି ଅନୁମାନ କରାଯାଇଛି । ସାମୁଦ୍ରିକ ବାତ୍ୟାରେ ପରିଣତ ହେବା ସହିତ ଉତ୍ତର ଦିଗ ପାର୍ଶ୍ବ ଦେଇ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତିଶୀଳ ହେବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଯାଇ ଏହି ସାମୁଦ୍ରିକ ବାତ୍ୟା ଗତିପଥ ଓ ତୀବ୍ରତା ସଂକ୍ରାନ୍ତ ସବିଶେଷ ତଥ୍ୟ ଜଣାଇ ଦିଆଯିବ। ଓଡିଶା ଉପରେ ଏହାର ପ୍ରଭାବ ରହିବ କି ନାହିଁ ତାହା ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଅନ୍ୟପଟେ ଆଜିଠୁ ଖରା ବଢିବା ନେଇ ମଧ୍ୟ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଜିଠୁ ରାଜ୍ୟରେ କାଳବୈଶାଖୀର ପ୍ରଭାବ କମୁଥିବା ବେଳେ ତାତି ବଢିବା ନେଇ କୁହାଯାଇଛି । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ବିଟ କରି କୁହାଯାଇଛି ୮ତାରିଖରୁ କିଛି ରାଜ୍ୟରେ ତାପମାତ୍ରା ୪୦ଡିଗ୍ରୀ ଛୁଇଁପାରେ । ଆଗାମୀ ୪ରୁ ୫ଦିନ ମଧ୍ୟରେ ଦିନର ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବ । ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବାରେ ।

ଏହାର ପ୍ରଭାବରେ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ଏବଂ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବିକ୍ଷିପ୍ତ ବର୍ଷା ସାଙ୍ଗକୁ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୦ ତାରିଖ ଦିନ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି।

୭ ତାରିଖ ପରଠାରୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ ଓ ଆଣ୍ଡାମାନ ସାଗର ଉପରେ ଘଣ୍ଟାପ୍ରତି ୬୦ କିଲୋମିଟର୍‌ ତୀବ୍ର ଝଟକା ସହିତ ୪୦ରୁ ୫୦ କିଲୋମିଟର୍‌ ବେଗରେ ବତାସ ବହିବ। ୯ ତାରିଖଠାରୁ ଏହିସବୁ ଅଞ୍ଚଳରେ ବତାସର ବେଗ କ୍ରମଶଃ ବୃଦ୍ଧି ପାଇ ଘଣ୍ଟାପ୍ରତି ୭୦ କିଲୋମିଟର୍‌ ଝଟକା ସହିତ ୫୦ରୁ ୬୦ କିଲୋମିଟର୍‌ ବେଗରେ ପ୍ରବାହିତ ହେବ। ସେହିପରି, ୧୦ ତାରିଖ ବେଳକୁ ବତାସ ବେଗ ଆହୁରି ବୃଦ୍ଧି ପାଇ ଘଣ୍ଟାପ୍ରତି ୮୦ କିଲୋମିଟର୍‌ ଝଟକା ସହିତ ୬୦ରୁ ୭୦ କିଲୋମିଟର୍‌ ବେଗରେ ପ୍ରବାହିତ ହେବ।