ବନ୍ଦେ ଭାରତ ଟ୍ରେନ୍‌ର ଉଦଘାଟନ ପାଇଁ ଓଡିଶା ଆସିପାରନ୍ତି ମୋଦି

ଭୁବନେଶ୍ବର (ସଂକେତ୍ ଟିଭି) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଆସିପାରନ୍ତି। ସେ ପୁରୀ ଠାରେ ଅନୁଷ୍ଠିତ ହେବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମକୁ ଆସିପାରନ୍ତି । ଏନେଇ ଆଜି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ପକ୍ଷରୁ ଆଜି ସୂଚନା ମିଳିଛି।

ସୂଚନା ଅନୁସାରେ, ଆସନ୍ତା ୧୫ ତାରିଖରେ ପୁରୀରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଲୋକାର୍ପଣ କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁରୀ ଠାରେ ଅନୁଷ୍ଠିତ ହେବାକୁ ଥିବା ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦାନ କରିପାରନ୍ତି ବୋଲି ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।