ପୁରୀରୁ କଟକ ଗଡ଼ିବ ‘ବନ୍ଦେ ମେଟ୍ରୋ’, ଓଡିଶାକୁ ମିଳିବ ଦ୍ବିତୀୟ ବନ୍ଦେ ଭାରତ ଟ୍ରେନ
ପୁରୀ (ସଂକେତ୍ ଟିଭି) ପୁରୀ- ଭୁବନେଶ୍ବର-କଟକ ମଧ୍ଯରେ ଖୁବ୍ ଶୀଘ୍ର ‘ବନ୍ଦେ ମେଟ୍ରୋ’ ଚଳାଚଳ କରିବ। ପୁରୀ ରେଳ ଷ୍ଟେସନରେ ଆୟୋଜିତ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଉଦଘାଟନୀ ଉତ୍ସବରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଘୋଷଣା କରିଛନ୍ତି।
ସେ ଆହୁରି କହିଛନ୍ତି, ଓଡ଼ିଶାକୁ ଦ୍ବିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍ ମିଳିବ। ଏହା ପୁରୀରୁ ଭୁବନେଶ୍ବର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ଝାରସୁଗୁଡ଼ା ଦେଇ ରାଉରକେଲା ଯାଏ ଚାଲିବ। ଏହାଫଳରେ ପଶ୍ଚିମ ଓଡ଼ିଶାବାସୀ ଅଧିକ ଉପକୃତ ହେବେ। ସ୍ଲିପର୍ ବନ୍ଦେ ଭାରତ ଏକ୍ସପ୍ରେସ୍ ବି ଚାଲିବ।