ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ପାଇଁ ଗଠନ ହେବ ସ୍ଵତନ୍ତ୍ର ପାଣ୍ଠି

ଭୁବନେଶ୍ବର (ସଂକେତ୍ ଟିଭି) ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ପାଇଁ ସ୍ବତନ୍ତ୍ର ପାଣ୍ଠି ଗଠନ ହେବ । ଏହି ସୂଚନା ଦେଇଛନ୍ତି ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଢାଞ୍ଚାରେ ଏହି ପାଣ୍ଠି ଗଠନ ହେବ। କୌଣସି ମହିଳା ରୋଗଗ୍ରସ୍ତ, ଦୁର୍ଘଟଣାର ଶିକାର ହେଲେ କିମ୍ବା ମୃତ୍ୟୁମୁଖରେ ପଡ଼ିଲେ, ଏହି ପାଣ୍ଠିରୁ ସେମାନଙ୍କୁ ଆର୍ଥିକ ସହାୟତା ଦିଆଯିବ। ୩-୪ ମାସ ମଧ୍ୟରେ ଏହି ଫଣ୍ଡ କାର୍ଯ୍ୟକାରୀ ହେବ। ଏଥିଲାଗି ରାଜ୍ୟ ବଜେଟରୁ ଅର୍ଥ ବ୍ୟୟବରାଦ କରାଯିବ ବୋଲି ଶ୍ରୀମତୀ କାର୍ତ୍ତିକେୟନ କହିଛନ୍ତି ।

ସେହିଭଳି SHG ମହିଳାଙ୍କୁ ନେତୃତ୍ୱ ଦେବା ପାଇଁ ରାଜ୍ୟସ୍ତରୀୟ SHG ଫେଡରେସନ ଗଠନ ହେବ। ରାଜ୍ୟସ୍ତରରେ ବିଭିନ୍ନ ଯୋଜନାରେ କିଭଳି ଅଧିକ କାମ କରିହେବ, ସେନେଇ କାମ କରିବ ଫେଡେରେସନ୍ ।