ମୟୁରଭଞ୍ଜ ନାବାଳିକା ଗଣଦୁଷ୍କର୍ମ ଘଟଣା: ଦୁଇ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ ଜେଲ
ବାରିପଦା (ସଂକେତ୍ ଟିଭି) । ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅଞ୍ଚଳରେ ହୋଇଥିବା ନାବାଳିକା ଗଣଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି କୋର୍ଟ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ଓ ୧୫ ହଜାର ଟଙ୍କା ଲେଖାଏଁ ଜରିମାନା ଆଦେଶ ଦେଇଛନ୍ତି ।
ସୂଚନା ଅନୁସାରେ, ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ କାଦୁଆଣି ଗ୍ରାମର ମାଷ୍ଟର ହେମ୍ବ୍ରମ ଓ ତପନ କୁମାର ମୁର୍ମୁ ମିଳିତ ଭାବେ ୨୦୧୬ ମସିହାରେ ଜଣେ ନାବାଳିକାକୁ ଦୁଷ୍କର୍ମ କରି ଗିରଫ ହୋଇଥିଲେ । ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ସୁମିତା ଜେନା ମଙ୍ଗଳବାର ଏହି ମାମଲାର ଶୁଣାଣି କରି ଏପରି ଦଣ୍ଡାଦେଶ ଦେଇଛନ୍ତି । ମାମଲାର ବିଚାର ପୂର୍ବକ ସାକ୍ଷୀଙ୍କ ବୟାନ, ଡାକ୍ତରୀ ଓ ତଦନ୍ତ ରିପୋର୍ଟକୁ ଭିତ୍ତି କରି ଏହି ରାୟ ଶୁଣାଇଛନ୍ତି ।