ରଜରେ ଓଡିଶା ଛୁଇଁବ ମୌସୁମୀ

ଭୁବନେଶ୍ବର (ସଂକେତ୍ ଟିଭି) ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରଜରେ ଓଡିଶା ଛୁଇଁବ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରଥମେ ମୌସୁମୀ ବାୟୁ ଛୁଇଁବ । ପରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ମୌସୁମୀ ଛୁଇଁବ । ଦକ୍ଷିଣ-ଉତ୍ତର ଓଡ଼ିଶାକୁ ମୌସୁମୀର ଆଗମନ ହେବ । ପରେ ମୌସୁମୀ ବାୟୁ ଉପକୂଳମୁହାଁ ହେବ ବୋଲି ବୋଲି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡଃ ଶରତ ଚନ୍ଦ୍ର ସାହୁ ଆକଳନ କରିଛନ୍ତି ।

ସୂଚନା ଅନୁସାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଧୀରେ ଧୀରେ ଭାରତ ଆଡ଼କୁ ଅଗ୍ରସର ହେଉଛି । ସମ୍ପୂର୍ଣ୍ଣ ଆଣ୍ଡାମାନ ଏବଂ ନିକୋବର ଦ୍ଵୀପପୁଞ୍ଜ, ଆଣ୍ଡାମାନ ସାଗର, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଞ୍ଚଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି ।

ଆଗାମୀ ୨ରୁ ୩ଦିନ ମଧ୍ୟରେ ମାଳଦୀପ, କୋମୋରିନ ଅଞ୍ଚଳ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର ଆହୁରି କିଛି ଭାଗ, କେନ୍ଦ୍ରୀୟ ବଙ୍ଗୋପସାଗରର ଆହୁରି କିଛି ଅଂଶ ତଥା ଉତ୍ତର-ପୂର୍ବ ବଙ୍ଗୋପସାଗରର କିଛି ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବ ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ସ୍ଥିତି ଏପରି ରହିଲେ ଜୁନ୍ ୪ ଆଡ଼କୁ କେରଳରେ ମୌସୁମୀ ବର୍ଷା ଆରମ୍ଭ ହୋଇଯିବ ବୋଲି ଆକଳନ କରାଯାଉଛି ।