ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର (ସଂକେତ୍ ଟିଭି) ଓଜେଇଇ ରେଜଲ୍ଟ ବା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପୂର୍ବାହ୍ନ ୧୧ଟାରେ ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ୪୮,୮୧୫ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିବା ବେଳେ ୪୮,୭୮୩ ଜଣ ରାଙ୍କ ପାଇଛନ୍ତି।

ବି-ଫାର୍ମରେ ସୌରଭ କୁମାର ପତି ଟପ୍ପର ହୋଇଛନ୍ତି। ସେହିପରି ଏମବିଏରେ ସତ୍ୟଜିତ ସାହୁ, ଏମସିଏରେ ଅପୂର୍ବ ନାୟକ ସିଭିଲ ଇଞ୍ଜିନିୟରିଂରେ ସୁବାଷ ପୃଷ୍ଟି, ଇଲେକ୍ଟ୍ରିକାଲରେ ସତ୍ୟଜିତ୍‌ ମହାନ୍ତି, ମେକାନିକାଲ ଇଞ୍ଜିନିୟରିଂରେ ସୁମିତ ପରିଡା, କେମିକାଲ ଇଞ୍ଜିନିୟରିଂରେ ସଂଗ୍ରାମ ପାତ୍ର, ଏମ୍‌ ଫାର୍ମରେ ରଶ୍ମିରଞ୍ଜନ ପାଣିଗ୍ରାହୀ ଟପ୍ପର ହୋଇଛନ୍ତି।

ସେହିପରି ସିଭିଲ ଇଞ୍ଜିନିୟରିଂରେ ସୁବାଷ ଚନ୍ଦ୍ର ପୃଷ୍ଟି, ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂରେ ସତ୍ୟଜିତ୍ ମହାନ୍ତି, ମେକାନିକାଲ ଇଞ୍ଜିନିୟରିଂରେ ସୁମିତ ପରିଡ଼ା, କମ୍ପ୍ୟୁଟର ସାଇନ୍ସ ଇଞ୍ଜିନିୟରିଂରେ ଦିପକ କୁମାର ସ୍ୱାଇଁ, ଇଲୋକ୍ଟ୍ରୋନିକ୍ସ ଓ କମ୍ୟୁନିକେସନ ଇଞ୍ଜିନିୟରିଂରେ ଏମ.ଭାର୍ଗବୀ, କେମିକାଲ ଇଞ୍ଜିନିୟରିଂରେ ସଂଗ୍ରାମ ପାତ୍ର, ଏନଭରନମେଣ୍ଟାଲ ଇଞ୍ଜିନିୟରିଂରେ ଶ୍ରୀରାମ ଦିୱାନ, ବାୟୋଟେକନୋଲୋଜିରେ ରାହୁଲ ନାୟକ, ପ୍ଲାଷ୍ଟିକ ଇଞ୍ଜିନିୟରିଂରେ ବ୍ୟୋମକେଶ କାମିଲା ଓ ଟେକ୍ସଟାଇନ ଇଞ୍ଜିନିୟରିଂରେ ଅଙ୍କିତ ସାମଲ ଟପ୍ପର ହୋଇଛନ୍ତି ।

ସେପଟେ ଆସନ୍ତା ୨୬ ତାରିଖରୁ ସ୍ପେଶାଲ OJEE ଅନୁଷ୍ଠିତ ହେବ। ଏହା ଜୁନ୍‌ ୨୬ରୁ ୩୦ ତାରିଖ ଯାଏଁ ଅନୁଷ୍ଠିତ ହେବ। ଏଥିପାଇଁ ଗତକାଲିଠାରୁ ପଞ୍ଜୀକରଣ ଆରମ୍ଭ ହୋଇ ୮ ତାରିଖ ଯାଏଁ ଚାଲିବ।