ମାଲବାହୀ ଟ୍ରେନ୍ ମାଡ଼ିଯିବାରୁ ୬ ଶ୍ରମିକ ମୃତ, ୨ ଗୁରୁତର
ଯାଜପୁର(ସଂକେତ୍ ଟିଭି) ଯାଜପୁର-କେନ୍ଦୁଝରରୋଡ ଷ୍ଟେସନ୍ରେ ଟ୍ରେନ୍ ମାଡ଼ିଯିବାରୁ ୬ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୨ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମୃତାହତଙ୍କ ପରିଚୟ ମିଳିପାରି ନାହିଁ।
ସୂଚନା ଅନୁସାରେ ବୁଧବାର ଅପରାହ୍ଣରେ ୫ଟା ୧୫ ସମୟରେ ଯାଜପୁରରୋଡ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହୋଇଥିଲା। ଏହି ସମୟରେ ବର୍ଷାରୁ ବର୍ତ୍ତିବା ପାଇଁ ଶ୍ରମିକମାନେ ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେସନର ସାଈମନ୍ଦିର ରେଳଫାଟକ ନିକଟରେ ଅଟକିଥିବା ଏକ ମାଲଗାଡ଼ି ତଳେ ଆଶ୍ରୟ ନେଇଥିଲେ। ଷ୍ଟେସନ୍ରେ ଠିଆ ହୋଇଥିବା ଟ୍ରେନ୍ଟି ଅଳ୍ପ ସମୟ ପରେ ଆଗକୁ ବଢ଼ିଥିଲା। ଫଳରେ ଟ୍ରେନ୍ର ଚକା ତଳେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ୩ ଜଣ ଆହତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଯାଜପୁରରୋଡ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୨ ଗୁରୁତରଙ୍କୁ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।