ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ
ସମ୍ବଲପୁର (ସଂକେତ୍ ଟିଭି)୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ସମ୍ବଲପୁର ଜିଲ୍ଲା ମାନେଶ୍ୱର ବ୍ଳକରେ କନିଷ୍ଠ ଯନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିବା ପ୍ରଣତି ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି।
ସୂଚନା ଅନୁଯାୟୀ, ମାନେଶ୍ୱର ବ୍ଲକର ବଦୁଆପାଲି ଠାରେ ଏକ ରାସ୍ତା କାମର ବିଲ୍ ପାସ କରାଇ ଦେବା ପାଇଁ କନିଷ୍ଠ ଯନ୍ତ୍ରୀ ଜଣକ ବଦୁଆପାଲିର ଗ୍ରାମସାଥି ଦୟାନିଧି ଭୋଇଙ୍କ ଠାରୁ ୧୦ ହଜାର ଟଙ୍କା ଦାବି କରିଥିଲେ।ସେ ଏ ସଂପର୍କରେ ଭିଜିଲାନ୍ସକୁ ଜଣାଇଥିଲେ। ଏହା ପରେ ଭିଜିଲାନ୍ସର ଯୋଜନା ମୁତାବକ ଉକ୍ତ ଠିକାଦାର ଆଜି କନିଷ୍ଠ ଯନ୍ତ୍ରୀ ପ୍ରଣତି ସାହୁଙ୍କୁ ଲାଞ୍ଚ ଟଙ୍କା ଦେଇଥିଲେ। ପ୍ରଣତି ସାହୁ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ କରି ତାଙ୍କୁ ଧରିଥିଲେ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।