ଏଣିକି ରବିବାର ମଧ୍ୟ ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ବର (ସଂକେତ୍ ଟିଭି) ରାଜ୍ୟର ଡାକ୍ତଖାନା ପରିସରରେ ବା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ଏଣିକି ରବିବାର ଦିନ ଖୋଲା ରହିବ । ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସୂଚନା ଦିଆଯାଇଛି । ସମସ୍ତ ମହାନଗର ନିଗମ କମିଶନର ତଥା ସିଟି ଆହାର ସମିତି ସଭାପତି ଏବଂ ଜିଲ୍ଲାପାଳ ତଥା ଜିଲ୍ଲା ଆହାର ସମିତିର ସଭାପତିମାନଙ୍କୁ ଅବଗତ କରାଯାଇଛି ।

ସୂଚନା ଅନୁସାରେ, ରାଜ୍ୟରେ ୧୬୭ଟି ଆହାର କେନ୍ଦ୍ର ରହିଛି । ସେଥିରୁ ୮୨ଟି କେନ୍ଦ୍ର ଡାକ୍ତରଖାନା ପରିସରରେ ରହିଛି । ଏହି ୮୨ଟିରୁ ୫୮ଟିରେ ରାତ୍ରୀକାଳିନ ଖାଦ୍ୟ ପରିବେଷଣ ସୁବିଧା ରହିଛି । ଏହି ସବୁ କେନ୍ଦ୍ରମାନଙ୍କରେ ଡାକ୍ତଖାନାମାନଙ୍କୁ ଆସୁଥିବା ରୋଗୀମାନଙ୍କର ପରିବାର ଲୋକ କିମ୍ବା ଆଟେଣ୍ଡାଣ୍ଟ ମାନେ ଉପକୃତ ହୋଇଥାଆନ୍ତି ।

ରବିବାର କେନ୍ଦ୍ରଗୁଡିକ ବନ୍ଦ ରହୁଥିବାରୁ ରୋଗୀ ଓ ତାଙ୍କ ପରିବାର ଲୋକ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏଣିକି ସେମାନଙ୍କୁ ଆଉ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ ନାହିଁ ସବୁଦିନ ପରି ରବିବାର ମଧ୍ୟରେ ଆହାର କେନ୍ଦ୍ର ଖୋଲା ରହିବ ।ରବିବାର ଆହାର କେନ୍ଦ୍ର ଖୋଲା ରଖିବାକୁ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଗୃହ ଓ ନଗର ଉନ୍ନୟନ ବିଭାଗର ଦୃଷ୍ଟି ଆକର୍ଷଣ କରାଯାଇଥିଲା ।