୯ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଚାକିରିରୁ ବିଦା କଲେ ରାଜ୍ୟ ସରକାର
ଭୁବନେଶ୍ୱର (ସଂକେତ୍ ଟିଭି) ରାଜ୍ୟ ସରକାର ୯ ଜଣ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଏଥିରେ ଏକଜ୍ୟୁକେଟିଭ ଇଞ୍ଜିନିୟର, ଓଏଏସ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର, ଜୁନିଅର ଇଞ୍ଜିନିୟର ପ୍ରମୁଖ ଅନ୍ତର୍ଭୁକ୍ତ ଅଛନ୍ତି ।
ଏହି ୯ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲା RWSS Division-IIର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଶିବରାମ ବିଶ୍ବାଳ ଏକ ଦୁର୍ନୀତି ମାମଲାରେ ଦେଷୀସାବ୍ୟସ୍ତ ହୋଇଛନ୍ତି। ତାଙ୍କର ପେନ୍ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି।
ସେହିପରି କଳାହାଣ୍ଡି ଜିଲ୍ଲା କାର୍ଲାମୁଣ୍ଡା ବ୍ଳକ୍ର ପୂର୍ବତନ ବିଡିଓ (ଅବସରପ୍ରାସ୍ତ ଓଏଏସ ଅଧିକାରୀ) ଶ୍ରୀ ଗଣ୍ଡାରାମ ଖମାରୀ ଏକ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାପରେ ତାଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରାଯାଇଛି।
ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଶ୍ରୀ ଗୋକୁଳ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି, ଅପାରଗତା କାରଣରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି।
ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ସେମାନଙ୍କର ପେନ୍ସନ ବନ୍ଦ କରାଯାଇଛି ।