ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲ ଲୋକାର୍ପିତ
ଭୁବନେଶ୍ୱର (ସଂକେତ୍ ଟିଭି) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କରିଛନ୍ତି । ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ସାମ୍ବାଦିକଙ୍କୁ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ ।
ଏହି ପୋର୍ଟାଲ ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଏହା ୫ଟି ନୀତି ଉପରେ ଗୁରୁତ୍ୱ ଦେଇ ପ୍ରସ୍ତୁତ ହୋଇଛି । ଏହାଦ୍ବାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକ ଅନଲାଇନ କଲ୍ୟାଣ ଯୋଜନାର ସୁବିଧା ନେଇପାରିବେ।
ରାଜ୍ୟ ସରକାର ଗୋପବନ୍ଧୁ କର୍ମୀଜୀବୀ ସମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା କରିଛନ୍ତି । ଚିକିତ୍ସା ପାଇଁ ସାମ୍ବାଦିକ ଓ ତାଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଦିଆଯାଉଛି । ମୃତ୍ୟୁ ହେଲେ ୪ଲକ୍ଷ ସହାୟତା ରାଶି ଯୋଗାଇ ଦିଆଯାଉଛି। ସାମ୍ବାଦିକତା ଏକ ବୃତ୍ତି ନୁହେଁ ଏକ ମିଶନ। ସାମ୍ୱାଦିକମାନେ ସଚେତନ ସମାଜ ଗଠନ ପାଇଁ କାମ ଜାରି ରଖନ୍ତୁ ବୋଲି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।