ବନ୍ଦେ ଭାରତ ଟ୍ରେନ୍‌ରେ ଲାଗିଲା ନିଆଁ

ନୂଆଦିଲ୍ଲୀ (ସଂକେତ ଟିଭି) ଭୋପାଳର ରାନୀ କମଳାପତି ରେଳ ଷ୍ଟେସନରୁ ନିଜାମୁଦ୍ଦିନ ଅଭିମୁଖେ ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ବ୍ୟାଟେରି ସ୍ପାର୍କ କରିବାରୁ ଟ୍ରେନ୍‌ର ୧୪ ନମ୍ବର କୋଚ୍‌ରୁ ପ୍ରଥମେ ନିଆଁ ଲାଗିଥିବାର ଦେଖିବାକୁ ମିଳିଥିଲା। ଅଗ୍ନିକାଣ୍ଡ ଘଟିବା ପରେ ଅଗ୍ନିଶମ ବିଭାଗର ଏକ ଦଳକୁ ତୁରନ୍ତ ଘଟଣାସ୍ଥଳକୁ ଡକା ଯାଇଥି‌ଲା। ଅଗ୍ନିଶମ କର୍ମଚାରୀ ଆସି ପହଞ୍ଚି କାର୍ଯ୍ୟ ଆରମ୍ଭ କରିବା ପରେ ନିଆଁକୁ ଆୟତ୍ତ କରିଛନ୍ତି। ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ବାହାର କରାଯାଇଛି ବୋଲି ଭାରତୀୟ ରେଳ ପକ୍ଷରୁ ସୂଚନା ଦିଆଯାଇଛି।

ସେ ସମୟର ଏକ ଭିଡିଓ ଏବେ ଭାଇରାଲ୍‌ ହୋଇଛି। ଭିଡିଓରେ ଟ୍ରେନ୍‌ଟିର ଗୋଟାଏ କୋଚ୍‌ରେ ନିଆଁ ଲାଗିଥିବାର ସ୍ପଷ୍ଟ ଦେଖିବାକୁ ମିଳିଛି। ଏହି ଅଗ୍ନିକାଣ୍ଡରେ କୌଣସି ଯାତ୍ରୀଙ୍କର କିଛି କ୍ଷତ ଘଟିନାହିଁ। ତେବେ ଖୁବ୍ ଶୀଘ୍ର ଟ୍ରେନ୍‌ଟି ଧାରଣାରେ ଗଡ଼ିବା ଆରମ୍ଭ କରିବ ବୋଲି ସୂଚନା ରହିଛି।

ସୂଚନା ଅନୁସାରେ, ସକାଳୁ ରାନୀ କମଳାପତି ଷ୍ଟେସନରୁ ବନ୍ଦେ ଭାରତ ଟ୍ରେନ ଛାଡିଥିଲା । କୁରୱାଇ କେଥୋରା ଷ୍ଟେସନରେ ଅଚାନକ ଟ୍ରେନର ସି-14 ବଗିରେ ନିଆଁ ଲାଗିଥିଲା । ଖବର ପାଇଁ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିଲେ ।