ଲଘୁଚାପ କ୍ଷେତ୍ର ସୃଷ୍ଟି, ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ବର (ସଂକେତ ଟିଭି) ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ୨ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏନେଇ ସୂଚନା ଦିଆଯାଇଛି।
ପାଣିପାଗକେନ୍ଦ୍ର ସୂଚନା ଅନୁସାରେ, ଏହି ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। କେତେ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁ ସ୍ଥିତି ବେହାଲ ହୋଇଯାଇଛି। ଲଗାଣ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଗମନାଗମନରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି।