ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର (ସଂକେତ୍ ଟିଭି) ଆସନ୍ତା ୨ ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ଭାରି ବର୍ଷା ସମ୍ଭାବନା ରହିଛି। ୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ଭାରି ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ସେପ୍ଟେମ୍ୱର ୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼,ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ସାମାନ୍ୟ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।