ଆସନ୍ତା ୨୧ରେ ହେବ ବାଚସ୍ପତି ନିର୍ବାଚନ

ଭୁବନେଶ୍ବର (ସଂକେତ୍ ଟିଭି) ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ ଆସନ୍ତା ୨୧ ତାରିଖରେ ହେବ ବୋଲି ସୂଚନା ମିଳିଛି। ବିକ୍ରମ କେଶରୀ ଆରୁଖଙ୍କ ଇସ୍ତଫା ପରେ ବାଚସ୍ପତି ପଦ ଖାଲିପଡ଼ିଛି ।

ବାଚସ୍ପତି ନିର୍ବାଚନ ଲାଗି ୧୮ ତାରିଖରେ ପ୍ରାର୍ଥୀପତ୍ର ଦାଖଲ ହେବ। ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ଯାଏଁ ମୋଟ ୧୩ ଦିନ ଚାଲିବ ।

ବିକ୍ରମ କେଶରୀ ଆରୁଖଙ୍କ ଇସ୍ତଫା ପରେ ବାଚସ୍ପତି ପଦ ଖାଲିପଡ଼ିଛି । ଗତ ମେ ମାସରେ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ । ଗଞ୍ଜାମ ଜିଲ୍ଲା ଭଂଜନଗରରୁ ୫ଥର ବିଧାୟକ ହୋଇଥିବା ବିକ୍ରମ ଆରୁଖ ନିଜ ଇସ୍ତଫାକୁ ନେଇ କହିଥିଲେ ଯେ ସେ ବ୍ୟକ୍ତିଗତ କାରଣ ପାଇଁ ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି | ମାତ୍ର ବର୍ଷକ ପାଇଁ ଏହି ପଦରେ ରହିବା ପରେ ସେ ନିଜର ଇସ୍ତଫା ପତ୍ର ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ପାଖକୁ ପଠାଇଥିଲେ।