FeaturedLatestNews

ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଅଗ୍ନିକାଣ୍ଡ

ବାରିପଦା (ସଂକେତ ଟିଭି) ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଓ ହସ୍ପିଟାଲର ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରର ତୃତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଛି । ଆଜି ଦିନ 12ଟା 30 ମିନିଟରେ ଏହି ଅଗ୍ନୀକାଣ୍ଡ ଘଟିଥିଲା । ଓଟି ଓ ୱାର୍ଡରେ ଥିବା ସମସ୍ତ ରୋଗୀଙ୍କୁ ସ୍ଥାନାନ୍ତର କରାଯାଇଛି । ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି ।

ତୃତୀୟ ମହଲାରୁ ଧୂଆଁ ବାହାରକୁ ବ୍ୟାପିବା ପରେ ରୋଗୀ ଓ ସମ୍ପର୍କୀୟଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା । ଘଟଣା ସମ୍ପର୍କରେ ଡାକ୍ତରଖାନା କର୍ତ୍ତୃପକ୍ଷ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବାରିପଦା ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ଅଗ୍ନିଶମ ବିଭାଗ ନିଆଁକୁ ଆୟତ୍ତ କରିଥିବା ବେଳେ ଅଗ୍ନିକାଣ୍ଡର ସଠିକ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ପାରିନାହିଁ । ତେବେ ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି ।

ଘଟଣା ସ୍ଥଳରେ ମୟୂରଭଞ୍ଜ ଏସ୍‌ପି ବି.ଗଙ୍ଗାଧର, ବାରିପଦା ଏସ୍‌ଡିପିଓ ସୁଜିତ୍‌ ପ୍ରଧାନ, ପୂର୍ବତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡି ଓ ନଗରପାଳ କୃଷ୍ଣାନନ୍ଦ ମହାନ୍ତି ପହଞ୍ଚି ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ଜ୍ଞାନେନ୍ଦ୍ର ମହାନ୍ତିଙ୍କ ସହିତ ଆଲୋଚନା କରି ପରିସ୍ଥିତି ନିୟନ୍ତ୍ରଣ କରିଥିଲେ ।