LatestNewsPolitics

କଂଗ୍ରେସରେ ଯୋଗ ଦେଲେ ହକି ତାରକା ପ୍ରବୋଧ ତିର୍କୀ

ଭୁବନେଶ୍ବର (ସଂକେତ୍ ଟିଭି) ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ କଂଗ୍ରେସ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କଂଗ୍ରେସରେ ସାମିଲ ହୋଇଛନ୍ତି । ପିସିସି ସଭାପତି ଶରତ ପଟ୍ଟନାୟକ ଓ ପ୍ରଭାରୀ ଚେଲାକୁମାର, ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ, ବିଧାୟକ ସୁରେଶ ରାଉତରାୟଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଭୁବନେଶ୍ୱର କଂଗ୍ରେସ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପ୍ରବୋଧ କଂଗ୍ରେସରେ ସାମିଲ ହୋଇଥିଲେ। ରାହୁଲ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କଂଗ୍ରେସ ଦଳରେ ସାମିଲ ହୋଇଥିବା ପ୍ରବୋଧ କହିଛନ୍ତି।

କିଛିଦିନ ତଳେ ବାଲିଶଙ୍କରାରେ କଂଗ୍ରେସ ପତାକା ଧରି ଦଳର ବ୍ଲକ୍ ଘେରାଉ କାର୍ଯ୍ୟକ୍ରମରେ ସେ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା । ଏହାପରେ ସେ କଂଗ୍ରେସରେ ସାମିଲ ହେବା ଚର୍ଚ୍ଚା ଜୋର୍ ଧରିଥିଲା । ଆଜି ବିଦ୍ଧିବଦ୍ଧ ଭାବେ ସେ କଂଗ୍ରେସରେ ସାମିଲ ହୋଇଛନ୍ତି । ପ୍ରବୋଧ ଭାରତ ପାଇଁ ୧୬୧ଟି ମ୍ୟାଚ୍‌ ଖେଳିଛନ୍ତି। ତାଙ୍କ ନେତୃତ୍ୱରେ ଭାରତ ୨୦୦୭ରେ ଚେନ୍ନାଇରେ ଅନୁଷ୍ଠିତ ଏସିଆ କପ୍‌ ଜିତିଥିଲା।