Latest

କଟକରେ ନେତାଜୀ ବସ୍ ଟର୍ମିନାଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ (ସଂକେତ୍ ଟିଭି) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେତାଜୀ ବସ୍ ଟର୍ମିନାଲକୁ ଲୋକାର୍ପଣ କରିଛନ୍ତି । ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ୍ ଟର୍ମିନାଲରୁ ପୁରୀକୁ ଗଡ଼ିଲା ପ୍ରଥମ ବସ୍ । ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।୧୫ ଏକର ପରିମିତ ଜମି ଉପରେ ନିର୍ମିତ ବସ ଟର୍ମିନାଲରେ ଖର୍ଚ୍ଚ ହୋଇଛି ୯୦.୨ କୋଟି ଟଙ୍କା ।

ଏଠାରେ ୧୯୨ ଟି ବସର ରହଣି ଓ ଯାତାୟାତ ସାଙ୍ଗକୁ ଯାତ୍ରୀଙ୍କ ପାଇଁ ପ୍ରତୀକ୍ଷାଳୟ, ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ହାଇଜେନିକ ଷ୍ଟଲ୍, ପୁରୁଷ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଟିକେଟ କାଉଣ୍ଟରର ସୁବିଧା ରହିଛି । ଇଲୋକ୍ଟ୍ରୋନିକ ସୂଚନା ବ୍ୟବସ୍ଥା ମଧ୍ୟ କରାଯାଇଛି । ସିସିଟିଭି ସହ ଟର୍ମିନାଲ ମଧ୍ୟରେ ଏକ ପୋଲିସ ଆଉଟ ପୋଷ୍ଟ ଯାତ୍ରୀଙ୍କ ସୁରକ୍ଷା ପାଇଁ ରହିବ । ଟର୍ମିନାଲରେ ମିଶନ ଶକ୍ତି କାଫେ, ଆହାର କେନ୍ଦ୍ର, ଏଟିଏମ୍ ,ମୋବାଇଲ ଚାର୍ଜିଂ ପଏଣ୍ଟ ଭଳି ସୁବିଧା ରହିଛି । ଡ୍ରାଇଭର ଏବଂ ବସ୍‌ର ସହାୟକମାନଙ୍କ ପାଇଁ ବିଶ୍ରାମ ଗୃହ, ଆହାର କେନ୍ଦ୍ର, ମିସନ ଶକ୍ତି କାଫେ ଓ ବସ୍‌ ରହଣି ସ୍ଥାନ ରହିଛି । ଯାତ୍ରୀମାନଙ୍କର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଭିତ୍ତିଭୂମି ପ୍ରସ୍ତୁତ କରାଯାଇଛି ।

କଟକ ମହାନଗର ନିଗମ ପକ୍ଷରୁ ପୂର୍ବରୁ କୁହାଯାଇଛି ଯେ, ଖୁବଶୀଘ୍ର ଖାନନଗର ରିଂ-ରୋଡ଼ ରାସ୍ତାକୁ ସିକ୍ସ-ଲେନ ରାସ୍ତାରେ ପରିଣତ କରିବା ପାଇଁ କାର୍ଯ୍ୟ ଆରମ୍ଭ ହେବ । ତେବେ ଏହି କାର୍ଯ୍ୟକୁ ଚଳିତବର୍ଷ ଡିସେମ୍ବର ମାସ ମଧ୍ୟରେ ଶେଷ କରାଯିବ ବୋଲି ଯୋଜନା ରଖିଛି ।