FeaturedGeneralLatest

ବିଶ୍ବକର୍ମା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ; ଖର୍ଚ୍ଚ ହେବ ୧୩ ହଜାର କୋଟି

ନୂଆଦିଲ୍ଲୀ (ସଂକେତ୍ ଟିଭି) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଳାକାର ଏବଂ ହସ୍ତଶିଳ୍ପୀଙ୍କ ବିକାଶ ପାଇଁ ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ପାଇଁ ୧୩ ହଜାର କୋଟି ଟଙ୍କା ବ୍ୟୟ ଅଟକଳ କରଯାଇଛି । ୫ ବର୍ଷ ପାଇଁ କଳାକାର ଏବଂ ହସ୍ତଶିଳ୍ପୀଙ୍କ ପାଇଁ ଆର୍ଥିକ ସହାୟତା ପ୍ରଦାନ କରାଯିବ । ବିଶ୍ବକର୍ମା ଯୋଜନାରେ କୌଳିକ ବୃତ୍ତି କରୁଥିବା ବିଶ୍ବକର୍ମା ଉପକୃତ ହେବେ ।

ଏହି ଯୋଜନାରେ ପଞ୍ଜିକୃତ ହସ୍ତଶିଳ୍ପୀମାନଙ୍କୁ ପିଏମ୍ ବିଶ୍ୱକର୍ମା ସାର୍ଟିଫିକେଟ ସହ ଆଇଡି କାର୍ଡ ପ୍ରଦାନ କରାଯିବ । ସେମାନଙ୍କୁ ପ୍ରାଥମିକ ପ୍ରଶିକ୍ଷଣ ଦିଆଯିବ । ୧୫ ହଜାର ଟଙ୍କାର ଟୁଲକିଟ୍ ପ୍ରଦାନ କରାଯିବ । ଏଥିସହ ୫ପ୍ରତିଶତ ସୁଧରେ ପ୍ରଥମ ପର୍ଯ୍ୟାୟରେ ୧ ଲକ୍ଷ ପର୍ଯ୍ୟନ୍ତ ଏବଂ ଦିତୀୟ ପର୍ଯ୍ୟାୟରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦିଆଯିବ ।