FeaturedGeneralLatest

୫ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ: (ସଂକେତ ଟିଭି) ୫ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ଏହି ୫ଟି ରାଜ୍ୟ ହେଉଛି ମିଜୋରାମ, ଛତିଶଗଡ଼, ମଧ୍ୟ ପ୍ରଦେଶ, ରାଜସ୍ଥାନ ଓ ତେଲେଙ୍ଗାନା । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ତାରିଖ ଘୋଷଣା କରିଛନ୍ତି ।

ମିଜୋରାମରେ ନଭେମ୍ବର ୭ରେ ଭୋଟ ଗ୍ରହଣ ହେବ । ସେହିପରି ଛତିଶଗଡ଼ରେ ନଭେମ୍ବର ୭ ଓ ୧୭ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ । ମଧ୍ୟପ୍ରଦେଶରେ ନଭେମ୍ବର ୧୭ରେ ଭୋଟ ଗ୍ରହଣ ହେବ । ରାଜସ୍ଥାନରେ ନଭେମ୍ବର ୨୩ରେ ଭୋଟ ଗ୍ରହଣ ହେବ। ତେଲେଙ୍ଗାନାରେ ନଭେମ୍ବର ୩୦ରେ ଭୋଟ ଗ୍ରହଣ ହେବ ବୋଲି ସୂଚନା ଦିଆଯାଇଛି। ଏଥିପାଇଁ ଆଜିଠୁ ୫ ରାଜ୍ୟରେ ଆଚରଣ ବିଧି ଲାଗୁ ହୋଇଛି ।

ପାଞ୍ଚଟି ରାଜ୍ୟରେ ୬୭୯ ବିଧାନସଭା ନିର୍ବାଚନମଣ୍ଡଳୀରେ ୧.୭୭ଲକ୍ଷ ମତଦାନ କେନ୍ଦ୍ର ସ୍ଥାପନ କରାଯିବ। ୫ ରାଜ୍ୟରେ ମୋଟ ୧୬.୧୪ କୋଟି ଭୋଟର ଅଛନ୍ତି । ସେଥିମଧ୍ୟରୁ ୬୦ ଲକ୍ଷ୍ୟ ଭୋଟର ପ୍ରଥମ ଥର ପାଇଁ ମତଦାନ ଦେବେ।

ଡିସେମ୍ବର ୩ ତାରିଖରେ ସମସ୍ତ ୫ ରାଜ୍ୟ ବିଧାନସଭା ଭୋଟ ଗଣତି ହେବ। କେବଳ ଛତିଶଗଡ଼ରେ ୨ଟି ପର୍ଯ୍ୟାଯ୍ୟାରେ ନିର୍ବାଚନ ଅନୁଷ୍ଠିତ ହେବ। ଅନ୍ୟ ସମସ୍ତ ୪ଟି ରାଜ୍ୟରେ ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ।