CrimeFeaturedLatestNews

ଲାଞ୍ଚୁଆ ଡାକ୍ତରକୁ ଗିରଫ କଲା ସିବିଆଇ, ଜବତ ହେଲା ପୁଳା ପୁଳା ଟଙ୍କା

ଭୁବନେଶ୍ବର (ସଂକେତ ଟିଭି) ପାରାଦୀପ ସ୍ୱାସ୍ଥ୍ୟ ସଂଗଠନ ଅଧିକାରୀ ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କୁ ସିବିଆଇ ଗିରଫ କରିଛି । ଏମିନେନ୍ସ ସିପିଂ ଏଜେଂଟଠାରୁ ୫୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଧରାପଡିଥିଲେ । ଏହା ପରେ ସିବିଆଇ ରାତି ସାରା ପାରାଦୀପ ଅଫିସ୍ ସମେତ ପାରାଦୀପରେ ଥିବା ଭଡ଼ା ଘର, ବାଲେଶ୍ୱରରେ ଥିବା ପୈତୃକ ଘର ଓ କଟକରେ ରହୁଥିବା ଘରେ ଚଢାଉ କରିଥିଲା । ଚଢାଉ ବେଳେ କୋଟିଏରୁ ଅଧିକ ଟଙ୍କା ଜବତ କରାଯାଇଥିଲା । ଏହା ସହ ବହୁ ପରିମାଣର ବିଦେଶୀ ମୁଦ୍ରା ମଧ୍ୟ ଜବତ ହୋଇଥିଲା । ବିଦେଶୀ ମଦ, ଦାମୀ ସିଗାରେଟ୍ ମଧ୍ୟ ସିବିଆଇ ଜବତ କରିଥିଲା । ଏହାସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଏବଂ କମ୍ପ୍ୟୁଟର ହାର୍ଡ ଡିସ୍କ ସିବିଆଇ ଜବତ କରାଯାଇଛି। ରାତି ସାରା ରେଡ୍ ପରେ ଡାକ୍ତର ରାଜେନ୍ଦ୍ର ପାଣିଗ୍ରାହୀଙ୍କୁ ଭୁବନେଶ୍ୱର ସିବିଆଇ କାର୍ଯ୍ୟାଳୟକୁ ଅଣାଯାଇ ଗିରଫ କରାଯାଇଛି ।

ସୂଚନା ଅନୁସାରେ ଜାହାଜର କ୍ରିଉ ମେମ୍ବରଙ୍କୁ କୋଭିଡ୍ କ୍ଲିୟରାନ୍ସ ସାର୍ଟିଫିକେଟ ଦେବାକୁ ରାଜେନ୍ଦ୍ର ଉକ୍ତ ଶିପିଂ ଏଜେଣ୍ଟଙ୍କୁ ମାଗିଥିଲେ ଲକ୍ଷେରୁ ଅଧିକ ଟଙ୍କା। ୭୦ ଜଣ କ୍ରିଉ ମେମ୍ବରଙ୍କୁ କୋଭିଡ୍ କ୍ଲିୟରାନ୍ସ ସାର୍ଟିଫିକେଟ ଦେବାକୁ ଜଣ ପିଛା ୧୫୦୦ ଟଙ୍କା ଲେଖାଏଁ ଦେବାକୁ କହିଥିଲେ। ଗତକାଲି ଶିପିଂ ଏଜେଣ୍ଟଙ୍କ ଠାରୁ ରାଜେନ୍ଦ୍ର ୫୦ ହଜାର ଟଙ୍କା ଲାଞ୍ଚ ଦେଉଥିଲେ। ଏହି ସମୟରେ ଛକି ରହିଥିବା ସିବିଆଇ ଅଧିକାରୀ ନାରାୟଣ ଲାଞ୍ଚ ନେବାବେଳେ ମାଡ଼ି ବସିଥିଲେ। ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ୧୦ ଜଣିଆ ସିବିଆଇ ଟିମ୍‌ ଡକ୍ଟର ଆର୍‌.ଏନ୍ ପାଣିଗ୍ରାହୀଙ୍କୁ ପଚରାଉଚରା କରିଥିଲେ।