LatestNewsPolitics

ଓଡ଼ିଶାର ନୂଆ ରାଜ୍ୟପାଳ ହେବେ ରଘୁବର ଦାସ

ନୂଆଦିଲ୍ଲୀ (ସଂକେତ ଟିଭି) ଓଡ଼ିଶାର ନୂଆ ରାଜ୍ୟପାଳ ହେବେ ରଘୁବର ଦାସ । ସେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଥିବାବେଳେ ବିଜେପିର ରାଷ୍ଟ୍ରୀୟ ଉପସଭାପତି ଅଛନ୍ତି । ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନରେ ଶ୍ରୀ ଦାସଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି। ସେହିପରି ଇନ୍ଦ୍ରସେନ ରେଡ୍ଡୀ ଲାଲୁଙ୍କୁ ତ୍ରିପୁରା ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଭବନରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ରଘୁବର ୫ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ଝାଡ଼ଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ। ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର ମଧ୍ୟ କାର୍ଯ୍ୟ କରିଛନ୍ତି। ସେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବରେ ଅବସ୍ଥାପିତ ହେବେ।