FeaturedLatestNews

୪% ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ବର (ସଂକେତ ଟିଭି): ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨ ପ୍ରତିଶତରୁ ୪୬ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲାରୁ ପିଛିଲା ଭାବରେ ଲାଗୁ କରାଯାଇଛି।

ଏହାର ଅର୍ଥ ହେଉଛି ନଭେମ୍ବରରେ ବର୍ଦ୍ଧିତ ଦରମା ସହିତ ରାଜ୍ୟ ସରକାରୀ କର୍ମଚାରୀମାନେ ଜୁଲାଇରୁ ଅକ୍ଟୋବର ପର୍ଯ୍ୟନ୍ତ ଚାରିମାସ ବକେୟା ଟଙ୍କା ପାଇବେ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ। ଏହା ସହିତ ପେନସନଭୋଗୀଙ୍କ ଟିଆଇରେ ମଧ୍ୟରେ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ। ଏହାଦ୍ବାରା ପ୍ରାୟ ସାଢ଼େ ୪ ଲକ୍ଷ ସରକାରୀ କର୍ମଚାରୀ ଓ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ।