ଅବପାତର ରୂପ ନେଲା ଲଘୁଚାପ
ଭୁବନେଶ୍ବର (ସଂକେତ ଟିଭି): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଛି । ଏହା ବର୍ତ୍ତମାନ ପାରାଦୀପ ଠାରୁ ଦକ୍ଷିଣରେ ୬୧୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତର ରୂପନେବା ସମ୍ଭାବନା ରହିଛି।
ଆଜି ମଧ୍ୟାହ୍ନ ଠାରୁ ଏହା ଗତିପଥ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗରେ ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳ ମୂହାଁ ହୋଇଛି । ଅବପାତଟି ଗଭୀର ଅବପାତରେ ପରିଣତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି। ତେବେ ଓଡ଼ିଶାରେ ଏହା ବିଶେଷ ପ୍ରଭାବ ପକାଇବ ନାହିଁ । ଅର୍ଥାତ୍ ରାଜ୍ୟରେ ବଡ଼ ବର୍ଷା କିମ୍ବା ପବନ ସମ୍ଭାବନା କମ୍ ରହିଛି ।
ବର୍ତ୍ତମାନ ସଦୃଶ ଲଘୁଚାପ ଅବପାତର ରୂପ ନେଇ ସମୁଦ୍ର ଭିତରେ ସ୍ଥିର ରହିଛି । ଆସନ୍ତା ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଆ, ପଶ୍ଚିମବଙ୍ଗ ଓ ଉତ୍ତରପୂର୍ବ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ତେଣୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୨୪ ଓ ୨୫ ତାରିଖରେ ବର୍ଷାର ବିସ୍ତୁତି ସାମାନ୍ୟ ବଢ଼ିବ। ତେବେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୨୭ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି।