ସ୍ବେଚ୍ଛାକୃତ ଅବସର ନେଲେ ଭି କେ ପାଣ୍ଡିଆନ୍
ଭୁବନେଶ୍ବର (ସଂକେତ ଟିଭି): ବରିଷ୍ଠ ଆଇଏଏସ୍ ଅଧିକାରୀ ଭି କାର୍ତ୍ତିକେୟ ପାଣ୍ଡିଆନ୍ ସ୍ବେଚ୍ଛାକୃତ ଅବସର ନେଇଛନ୍ତି। ତାଙ୍କ ସ୍ବେଚ୍ଛାକୃତ ଅବସରକୁ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ମଂଜୁର କରିଛନ୍ତି । କେନ୍ଦ୍ର ସରକାରଙ୍କ ଅନୁସଚିବ ଭୁପିନ୍ଦର ପାଲ ସିଂ ଏ ସଂକ୍ରାନ୍ତରେ ପତ୍ର ଲେଖି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବଙ୍କୁ ଅବଗତ କରିଛନ୍ତି।
ଗତ ୨୦ ତାରିଖ ଦିନ ଭି କେ ପାଣ୍ଡିଆନ୍ ସ୍ବେଚ୍ଛାକୃତ ଅବସର ଲାଗି ଆବେଦନ କରିଥିଲେ ଓ ରାଜ୍ୟ ସରକାର ଏହାକୁ ଗ୍ରହଣ କରିବା ସହ କେନ୍ଦ୍ରର ଅନୁମୋଦନ ଲାଗି ପଠାଇଥିଲେ। ଏହାପରେ ଓଡ଼ିଶା କ୍ୟାଡରର ୨୦୦୦ ବ୍ୟାଚ୍ର ଆଇଏଏସ୍ ଅଫିସର ପାଣ୍ଡିଆନଙ୍କ ସ୍ବେଚ୍ଛାକୃତ ଅବସର ନେଇ କେନ୍ଦ୍ର ସରକାର ସାଧାରଣ ପ୍ରଶାସନ ବିଭାଗକୁ ଜଣାଇଛନ୍ତି। ଶ୍ରୀ ପାଣ୍ଡିଆନ୍ଙ୍କ ପ୍ରସ୍ତାବ କ୍ଷମତାପ୍ରାପ୍ତ ଅଧିକାରୀଙ୍କ ଦ୍ବାରା ଗୃହୀତ ହୋଇଥିବା କେନ୍ଦ୍ର କାର୍ମିକ ବିଭାଗ ଜଣାଇଛି।
