ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ
ଭୁବନେଶ୍ବର (ସଂକେତ ଟିଭି): ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ନେଇଛନ୍ତି । ହାଇକୋର୍ଟର ମୁଖ୍ୟ ବିଚାରପତି ବିଦ୍ୟୁତରଞ୍ଜନ ଷଡଙ୍ଗୀ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ରାଜଭବନ ଅଭିଷେକ ହଲରେ ସକାଳ ୧୧ଟା ୪୫ମିନିଟରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ବାଚସ୍ପତି ପ୍ରମିଳା ମଲ୍ଲିକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମନ୍ତ୍ରୀ ମଣ୍ଡଳର ସଦସ୍ୟ, ବିରୋଧୀ ଦଳ ନେତା, ବିଭିନ୍ନ ଦଳର ଲୋକ ପ୍ରତିନିଧି ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ସଚିବ ଗଣ ଉପସ୍ଥିତଥିଲେ । ଏହାସହ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ ତାଙ୍କର ବନ୍ଧୁ ଓ ପରିବାରବର୍ଗ ।
ଗତକାଲି ମହାପ୍ରଭୁ ଜଗନ୍ନାଥ ଓ ଆଜି ମହାଦେବ ଲିଙ୍ଗରାଜଙ୍କ ଆଶୀର୍ବାଦ ନେଇଛନ୍ତି ରଘୁବର । ଗତକାଲି ସକାଳେ ପୁରୀ ପରେ ଭୁବନେଶ୍ବର ସ୍ଥିତ ରାଜଭବନରେ ପହଞ୍ଚିଥିଲେ ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ନବନିଯୁକ୍ତ ରାଜ୍ୟପାଳଙ୍କୁ ରାଜଭବନରେ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସଙ୍କୁ ସ୍ୱାଗତ କରିବା ସହ ଶୁଭେଚ୍ଛା ଜଣାଇଥିଲେ ।