FeaturedLatestNewsPolitics

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କୁ ବ୍ରେନ ଷ୍ଟ୍ରୋକ୍, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ପୁରୀ (ସଂକେତ ଟିଭି) ବ୍ରେନ ଷ୍ଟ୍ରୋକ ଯୋଗୁ ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଚିକିତ୍ସା ଜାରି ରହିଥିବା ବେଳେ ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ତାଙ୍କୁ ମାଇଲ୍ଡ ବ୍ରେନ୍‌ ଷ୍ଟ୍ରୋକ ହୋଇଥିବା ଜଣାପଡ଼ିଛି ।

ସୂଚନା ମୁତାବକ ଗତକାଲି ଶ୍ରୀ ମହାନ୍ତି ପୁରୀରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ। ସନ୍ଧ୍ୟାରେ ସେ ବଡ଼ଶଙ୍ଖ ଗଜଲକ୍ଷ୍ମୀ ପୂଜା କାର୍ଯ୍ଯକ୍ରମରେ ଯୋଗଦେଇ ଘରକୁ ଫେରିବା ପରେ ଅସୁସ୍ଥତା ଅନୁଭବ କରିଥିଲେ। ଦେହ ହାତ ଥରିବା ଆରମ୍ଭ କରିଥିଲା। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଏ ନେଇ ତାଙ୍କ ପରିବାର ପକ୍ଷରୁ କିଛି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ।