ପ୍ରୟୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ
ଭୁବନେଶ୍ବର (ସଂକେତ ଟିଭି): ମହିଳା ସାମ୍ବାଦିକଙ୍କୁ ମାଡ଼ ମାରିବା ଓ ଦୁର୍ବ୍ୟବହାର ମାମଲାରେ ଗିରଫ ହୋଇଥିବା ପ୍ରଯୋଜକ ଟୁଟୁ ନାୟକଙ୍କୁ ଜାମିନ ମିଳିଛି । ଭୁବନେଶ୍ବର ଏସଡିଜେଏମ୍ କୋର୍ଟ ଟୁଟୁଙ୍କୁ ଜାମିନ ଦେଇଛନ୍ତି । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ଦିଆଯାଇଛି ।
ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଖାରବେଳନଗର ଥାନା ପୁଲିସ ୩୫୪, ୨୯୪, ୩୪୧, ୩୨୩ ଭଳି ସଙ୍ଗୀନ ଦଫାରେ ଗିରଫ କରି ଗତ ଶନିବାର କୋର୍ଟ ଚାଲାଣ କରିଥିଲା। ଏହାପରେ କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ ।