ସାଲୁଗା ପ୍ରଧାନ ହେଲେ ବିଜେଡିର ଉପବାଚସ୍ପତି ପ୍ରାର୍ଥୀ
ଭୁବନେଶ୍ବର (ସଂକେତ ଟିଭି): କନ୍ଧମାଳ ଜିଲା ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ବିଜେଡିର ବିଧାନସଭା ଉପବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି। ସେ ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି। ୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ଭାବେ ସେ ନିର୍ବାଚିତ ହୋଇଛନ୍ତି।
ସାଲୁଗା ପ୍ରଧାନ ହେଉଛନ୍ତି ଓଡ଼ିଶା ବିଧାନସଭାର ଦୁଇ ଦୁଇ ଥରର ବିଧାୟକ। ବିଜେଡି ଟିକେଟରୁ ସେ ଦୁଇ ଥର ବିଧାୟକ ନିର୍ବାଚିତ ହୋଇଛନ୍ତି। ଜି. ଉଦୟଗିରି ବିଧାନସଭା ଆସନରୁ ସେ ପ୍ରଥମେ ୨୦୦୦ ମସିହାରେ ଏବଂ ଏହାପରେ ୨୦୧୯ ମସିହାରେ ନିର୍ବାଚିତ ହୋଇଛନ୍ତି। ଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରିଛନ୍ତି । ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛି। ଶାସକ ଓ ବିରୋଧୀ ଦଳଙ୍କ ମତାମତକୁ ସମ୍ମାନ ଦେବି ବୋଲି ନାମାଙ୍କନ ଦାଖଲ ପରେ ସାଲୁଗା ପ୍ରଧାନ ନିଜ ପ୍ରତିକ୍ରିୟାରେ କହିଛନ୍ତି।
ତେବେ ରଜନୀକାନ୍ତ ସିଂଙ୍କ ଇସ୍ତଫା ପରେ ଏବେ ଉପବାଚସ୍ପତି ପଦ ଖାଲି ପଡ଼ିଛି। ତେଣୁ ଆସନ୍ତା ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଆସନ୍ତାକାଲି ଉପବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।