LatestNews

ଆସନ୍ତା ୨୬ରେ ଆଉ ଏକ ଲଘୁଚାପ, ନେଇପାରେ ଅବପାତର ରୂପ

ଭୁବନେଶ୍ୱର (ସଂକେତ ଟିଭି): ଆସନ୍ତା ୨୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା କେବେ ଘନୀଭୂତ ହେବ ଓ ଏହା କେଉଁ ଦିଗକୁ ଗତି କରିବ ତାହା ଏଯାଏ ସ୍ପଷ୍ଟ ହୋଇ ନାହିଁ । ତେବେ ଏହି ଲଘୁଚାପ ପରବର୍ତ୍ତି ସମୟରେ ଅବପାତରେ ପରିଣତ ହେବ ବୋଲି ପାଣିପାଗ କେନ୍ଦ୍ର ସ୍ପଷ୍ଟ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗର ସଂଲଗ୍ନ ଅଞ୍ଚଳରେ ଆସନ୍ତା ୨୫ ତାରିଖରେ ସୃଷ୍ଟି ହେବାକୁଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ୨୬ ତାରିଖରେ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ୨୭ ତାରିଖ ସୁଦ୍ଧା ଅବପାତରେ ପରିଣତ ହେବ।