LatestNewsPolitics

ବିଜେଡିରେ ଯୋଗଦେଲେ ଭିକେ ପାଣ୍ଡିଆନ୍

ଭୁବନେଶ୍ବର (ସଂକେତ ଟିଭି): 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌ ଆଜି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଜେଡିରେ ଯୋଗଦେଇଛନ୍ତି । ସେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ।

ଆଜି ସକାଳେ ନବୀନ ନିବାସରେ ବିଜେଡିର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ ମନ୍ତ୍ରୀ ପ୍ରତାପ ଦେବ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସମୀର ଦାଶ, ସଞ୍ଜୟ ଦାସ ବର୍ମା, ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅରୁଣ ସାହୁ, ଅଶୋକ ପଣ୍ଡା ପ୍ରମୁଖ ଉପସ୍ଥତି ଥିଲେ। ସେହିପରି ବିଜେଡିର ଅନ୍ୟ କେତେକ ବରିଷ୍ଠ ନେତା ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ସମସ୍ତଙ୍କ ଉପସ୍ଥିତିରେ ପାଣ୍ଡିଆନ ବିଜେଡିରେ ଯୋଗ ଦେଇଥିଲେ।

୨୦୦୦ ବ୍ୟାଚ୍ ଶ୍ରୀ ପାଣ୍ଡିଆନ ପଞ୍ଜାବ କ୍ୟାଡ଼ରରେ ନିଯୁକ୍ତି ପାଇଥିଲେ। କିନ୍ତୁ ଓଡ଼ିଶା କ୍ୟାଡ଼ରର ସୁଜାତା ରାଉତଙ୍କୁ ପ୍ରେମ ବିବାହ କରିବା ପରେ ସେ ନିଜର କ୍ୟାଡ଼ର ପରିବର୍ତ୍ତନ କରି ଓଡ଼ିଶା ଆସିଥିଲେ। ୨୦୦୨ରୁ ୨୦୦୪ ମସିହା ପର୍ଯ୍ୟନ୍ତ ସେ କଳାହାଣ୍ଡି ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ। ୨୦୦୫ରୁ ୨୦୦୭ ମାର୍ଚ୍ଚ ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାପାଳ, ୨୦୦୭ ଏପ୍ରିଲ ୯ରୁ ୨୦୧୧ ଏପ୍ରିଲ ୨୯ତାରିଖ ଗଞ୍ଜାମ ଜିଲ୍ଲାପାଳ କାର୍ଯ୍ୟ କରିଥିଲେ। ଗଞ୍ଜାମ ଜିଲ୍ଲାପାଳ ଭାବେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂସ୍ପର୍ଶରେ ଆସିଥିଲେ ଓ ୨୦୧୧ ମେ’ ମାସରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଯୋଗ ଦେଇଥିଲେ।