LatestNews

ଲଘୁଚାପର ରୂପ ନେଲା ଘୁର୍ଣ୍ଣିବଳୟ, ୨୯ ତାରିଖରେ ନେବ ଅବପାତର ରୂପ

ଭୁବନେଶ୍ବର (ସଂକେତ ଟିଭି): ଦକ୍ଷିଣ ଆଣ୍ଡାମାନ ସାଗର ଓ ତାର ପାର୍ଶ୍ଵବର୍ତ୍ତୀ ମଲାକ୍କା ଷ୍ଟ୍ରେଟରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।

ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୯ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପରବର୍ତ୍ତୀ ୪୮ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ୨୯ ତାରିଖରେ ଅବପାତର ରୂପ ନେବା ପରେ ହିଁ ବାତ୍ୟାର ରୂପରେଖ କଣ ରହିବ ତାହା ସ୍ପଷ୍ଟ ହୋଇପାରିବ ବୋଲି ପାଣିପାଗ ବିଭାଗ ଆକଳନ ଭୁବନେଶ୍ବର କରିଛି ।

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମେଘୁଆ ପାଗ ସହ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ତେଣୁ ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ଼ ଏବଂ ଅନୁଗୋଳୁରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି( ମଙ୍ଗଳବାର) ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡଟ, ଝାରସୁଗୁଡ଼ା, ସୁନ୍ଦରଗଡ଼,ଦେଓଗଡ଼ ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଥିବା ବେଳେ, ଏସବୁ ଜିଲ୍ଲାକୁ କୌଣସି ସତର୍କ ସୂଚନା ନାହିଁ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।