CrimeFeaturedLatest

୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଆରଆଇ

ସୁନ୍ଦରଗଡ଼ (ସଂକେତ ଟିଭି): ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ସୁନ୍ଦରଗଡ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ। ଏହାପରେ ଭିଜିଲାନ୍ସ ଟିମ୍ ସୁନ୍ଦରଗଡ଼ ଜିଲ୍ଲାର ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ଉ ଜାରି ରଖିଛି। ଏନେଇ ରାଉରକେଲା ଭିଜିଲାନ୍ସରେ ଏକ ମାମଲା ରୁଜୁ ହୋଇଛି।

ସୂଚନା ଅନୁଯାୟୀ, ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ ଜଣେ ବ୍ୟକ୍ତିଙ୍କୁ ଚାଷଜମିକୁ ବାସୋପଯୋଗୀ ଜମିରେ ରୂପାନ୍ତରିତ କରିବା ନେଇ ରିପୋର୍ଟ ଦେବା ଲାଗି ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। କିନ୍ତୁ ଅଭିଯୋଗକାରୀ ଏନେଇ ଅକ୍ଷମତା ପ୍ରକାଶ କରିଥିଲେ। ଅବଶେଷରେ ଅଭିଯୋଗକାରୀ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ପୂର୍ବ ଯୋଜନା ମୁତାବକ ଆଜି ଅଭିଯୋଗକାରୀ ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ଦେଉଥିଲେ। ଏହି ସମୟରେ ସେଠାରେ ଛକିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଥିଲା।