LatestNews

ନବରଙ୍ଗପୁର ଜିଲ୍ଲାରେ ହେଲା ଲକ୍ଷ୍ମୀ ବସର ଶୁଭାରମ୍ଭ

ନବରଙ୍ଗପୁର (ସଂକେତ ଟିଭି) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ନବରଙ୍ଗପୁର ଜିଲ୍ଲାରେ ୪୪ଟି ବସ୍ ଚାଲିବ। ଏହା ଜିଲ୍ଲାର ୧୦ଟି ବ୍ଲକର ସବୁ ପଞ୍ଚାୟତକୁ ଯୋଡିବ । ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ ।

ବସ୍ ଯୋଜନାର ଶୁଭାରମ୍ଭ କରିବା ଅବସରରେ ଉଦ୍‌ବୋଧନ ଦେଇ ନବରଙ୍ଗପୁର ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଲେ, ଦୁର୍ଗମ ଅଞ୍ଚଳରେ ଗମନାଗମନ ଏକ ବଡ ସମସ୍ୟା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯିବା ଆସିବାର ଅସୁବିଧା ବିଷୟରେ ମୁଁ ଜାଣିବା ପରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରାଗଲା। ଲକ୍ଷ୍ମୀ ଯୋଜନାରେ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଆପଣଙ୍କ ଗାଁ ଏବେ ଯୋଡି ହେଲା । ଏହା ଦ୍ୱାରା ଗ୍ରାମାଞ୍ଚଳରେ ସାମାଜିକ ସଂପର୍କ ମଜବୁତ୍ ହେବା ସହିତ ଅର୍ଥନୀତି ମଧ୍ୟ ଆହୁରି ସୁଦୃଢ ହେବ ବୋଲି ସେ କହିଥିଲେ। ନବରଙ୍ଗପୁର ଜିଲ୍ଲାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ପରିବହନ ସଚିବ ଉଷା ପାଢ଼ୀଙ୍କ ସହ ଜିଲ୍ଲାର ସମସ୍ତ ବିଧାୟକ, ସାଂସଦ ଓ ନେତୃମଣ୍ଡଳୀ ଯୋଗଦେଇଥିଲେ। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା । ଯୋଜନାରେ ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ ଚାଲିବ ।