LatestNewsPolitics

୩ ରାଜ୍ୟରେ ବିଜୟ ପରେ ମୋଦୀଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ

ଭୁବନେଶ୍ବର (ସଂକେତ ଟିଭି) ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଟେଲିଫୋନ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ସୋମବାର) ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ । ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନରେ କଥା ହୋଇଥିବା ବେଳେ, ଫୋନ୍ କଲ୍ ପାଇଁ ନବୀନଙ୍କୁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ଯରେ ଏହି ଫୋନ କଥାବାର୍ତ୍ତାକୁ ସୌଜନ୍ୟ ମୂଳକ କୁହାଯାଉଛି। ତେବେ ରାଜନୈତିକ ମହଲରେ ନବୀନ- ମୋଦି ଫୋନ୍ କଥାବାର୍ତ୍ତାକୁ ଭିନ୍ନ ଦୃଷ୍ଟିରେ ଦେଖାଯାଉଛି ।