FeaturedGeneralLatestPolitics

ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେଓ ସାଏ

ରାୟପୁର (ସଂକେତ ଟିଭି) : ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବିଷ୍ଣୁଦେଓ ସାଏ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାୟପୁର ସାଇନସ୍‌ କଲେଜ ଗ୍ରାଉଣ୍ଡରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ କରାଯାଇଥିଲା । ବିଷ୍ଣୁଦେଓଙ୍କ ସହ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଆଜି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ଅନ୍ୟପକ୍ଷରେ ବିଜେପି ରାଜ୍ୟ ସଭାପତି ଅରୁଣ ସାଓ ଏବଂ ବିଜୟ ଶର୍ମା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ମଧ୍ୟ ଉପସ୍ଥିତ ଥିଲେ ।

ବିଷ୍ଣୁଦେଓ ସାଏ ହେଉଛନ୍ତି ରାଜ୍ୟର ଚତୁର୍ଥ ମୁଖ୍ୟମନ୍ତ୍ରୀ । ପୂର୍ବରୁ ଅଜିତ ଯୋଗୀ, ରମଣ ସିଂହ ଓ ଭୂପେଶ ବାଘେଲ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲେ। ବିଷ୍ଣୁଦେଓ ସାଏ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧିନ ପ୍ରଥମ ସରକାରରେ ମନ୍ତ୍ରୀ ଥିଲେ। ୨୦୨୦ରୁ ୨୦୨୨ ପର୍ଯ୍ୟନ୍ତ ସେ ଛତିଶଗଡ଼ ବିଜେପି ରାଜ୍ୟ ସଭାପତି ଦାୟିତ୍ୱ ତୁଲାଇଥିଲେ।