LatestNews

କୋରାପୁଟ ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ

ଭୁବନେଶ୍ବର (ସଂକେତ ଟିଭି) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ ଯୋଜନାର ଶୁଭ ଉଦଘାଟନ କରିଛନ୍ତି । କୋରାପୁଟ ଜିଲ୍ଲାର ୧୦ଟି ବ୍ଲକର ପ୍ରାୟ ୫୦ ଟି ରୁଟରେ ୪୫ ଟି ଲକ୍ଷ୍ମୀ ବସ ଚଳା ଚଳ କରିବ । କୋରାପୁଟ ଜିଲ୍ଲାକୁ ପ୍ରଥମ ପର୍ଯ୍ୟାୟରେ ୬୬ ଟି ବସ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି ।

ବନ୍ଧୁଗାଁ ବ୍ଲକରେ ୪ ଗୋଟି ବସ୍ ଚଳାଚଳ କରିବାକୁ ଥିବାବେଳେ ଏସଏଚଜି ବ୍ଲକ ମହସଂଘକୁ ପରିଚାଳନା ଦାୟିତ୍ଵ ଦିଆଯାଇଛି । ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହେଲେ ଗ୍ରାମାଞ୍ଚଳ ଦିନ ମଜୁରିଆ, କର୍ମଜୀବୀ ମହିଳା, ଛାତ୍ରଛାତ୍ରୀ ଏବଂ ଚାଷୀମାନେ ବେଶ ଉପକୃତ ହେବେ ।