FeaturedLatestNewsPolitics

ନିର୍ବାଚନ ଲଢିବେ ନାହିଁ ଭିକେ ପାଣ୍ଡିଆନ

ଭୁବନେଶ୍ୱର(ସଂକେତ ଟିଭି) ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଗାମୀ ନିର୍ବାଚନରେ ପ୍ରତିଦ୍ୱିନ୍ଦ୍ୱିତା କରିବେ ନାହିଁ । ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ବିଜେଡି ନେତା ଓ କର୍ମୀଙ୍କୁ ସମ୍ବୋଧନ କରି ପାଣ୍ଡିଆନ ଏହା କହିଛନ୍ତି । ସେ କହିଛନ୍ତି ମୁଁ ନିର୍ବାଚନ ଲଢିବି ନାହିଁ , ଜନସେବା ମୋର ଲକ୍ଷ୍ୟ ବୋଲି ସେ କହିଛନ୍ତି । ବିଜୁ ବାବୁ ଓ ନବୀନ ବାବୁଙ୍କ ପ୍ରତି ଥିବା ଭଲ ପାଇବା ମୁଁ ଦେଖିଛି। ସେମାନଙ୍କ ଆଦର୍ଶ ଓ ନେତୃତ୍ବ ମୋତେ ଅନୁପ୍ରାଣିତ କରିଛି। ଶ୍ରୀଜଗନ୍ନାଥଙ୍କ ପ୍ରତି ମୋର ଅଗାଢ଼ ବିଶ୍ବାସ ରହିଛି। ଯେଉଁଥିପାଇଁ ପ୍ରତି ଶନିବାର ମୁଁ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଯାଇଥାଏ । ଶ୍ରୀଜଗନ୍ନାଥଙ୍କ କୃପା ଓଡ଼ିଶା ଏବଂ ଓଡ଼ିଶାବାସୀଙ୍କ ପ୍ରତି ରହିଛି ବୋଲି ପାଣ୍ଡିଆନ କହିଛନ୍ତି।

ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସରିବା ପରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ, କାର୍ତ୍ତିକ ପାଣ୍ଡିଆନ ଜନସେବା ପାଇଁ ପ୍ରଶାସନିକ ସେବା ଚାକିରି ଛାଡ଼ିଛନ୍ତି । ଆଗକୁ ମଧ୍ୟ ଜନସେବା ଜାରି ରଖିବେ । ତେବେ ସେ ନିର୍ବାଚନ ଲଢିବେ ନାହିଁ ବୋଲି କହିଛନ୍ତି ।

ଗତ ଅକ୍ଟୋବର ୨୩ତାରିଖରେ ସର୍ବଭାରତୀୟ ପ୍ରଶାସନିକ ସେବା ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିବା ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଭିକେ ପାଣ୍ଡିଆନ ନଭେମ୍ବର ୨୭ ତାରିଖରେ ବିଜେଡିରେ ସାମିଲ ହୋଇଥିଲେ ।