LatestNews

୨୦୨୪ ଫେବ୍ରୁଆରୀରେ ହେବ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ବର (ସଂକେତ ଟିଭି) ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ପାଇଁ ପ୍ରଥମ ଥର ପାଇଁ ଭୁବନେଶ୍ବରଠାରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ଐତିହ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

୨୦୨୪ ମସିହା ଫେବୃଆରୀ ମାସରେ ତିନି ଦିନ “ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ” ଆୟୋଜନ କରାଯିବ । ଏହି ସମ୍ମିଳନୀ ରାଜ୍ୟ, ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଖ୍ୟାତିସମ୍ପନ୍ନ ଭାଷା ବିଜ୍ଞାନୀ ଓ ଭାଷା ବିଶେଷଜ୍ଞ ମାନଙ୍କୁ ସମ୍ମିଳନୀର ବିଷୟଭିଭିକ ଅଧିବେଶନରେ ବକ୍ତବ୍ୟ ରଖିବା ପାଇଁ ନିମନ୍ତ୍ରଣ କରାଯିବ । ସମଗ୍ର ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯିବ । ଯୁବପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷାର ଆଦୃତ ନିମନ୍ତେ ସେମାନଙ୍କ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯିବ । ଏହି ସମ୍ମିଳନୀ ସମୟରେ ଶିକ୍ଷାନୁଷ୍ଠାନ/ବିଶ୍ବବିଦ୍ୟାଳୟମାନେ ନିଜନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ।