EntertainmentFeaturedLatestNews

ଅଭିନେତ୍ରୀ ବର୍ଷା ଓ ଅନୁଭବ ମହାନ୍ତିଙ୍କ ବିବାହ ବିଚ୍ଛେଦକୁ ଅନୁମତି ଦେଲେ ଓଡ଼ିଶା ହାଇକୋର୍ଟ

କଟକ (ସଂକେତ ଟିଭି) : ଓଡ଼ିଶା ହାଇକୋର୍ଟ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ସାଂସଦ ଅନୁଭବ ମହାନ୍ତିଙ୍କ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଇଛନ୍ତି । ପୂର୍ବରୁ ପରିବାର ଅଦାଲତ ଅନୁଭବ ମହାନ୍ତିଙ୍କ ବିବାହ ବିଚ୍ଛେଦ ଆବେଦନକୁ ଅଗ୍ରାହ୍ୟ କରିଦେଇଥିଲେ। ଅନୁଭବ ପରିବାର ଅଦାଲତଙ୍କ ରାୟକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ସାଂସଦଙ୍କ ଆବେଦନ ଆଧାରରେ ହାଇକୋର୍ଟ ତାଙ୍କୁ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଇଛନ୍ତି ।

ଏହି ଷ୍ଟାର ଦମ୍ପତିଙ୍କ ପାରିବାରିକ ବିବାଦର ମୂଳ ମାମଲା ୨୦୨୦ ଜୁଲାଇ ୬ରେ ଅନୁଭବ ମହାନ୍ତିଙ୍କ ଦ୍ବାରା ଦିଲ୍ଲୀର ପଟିଆଲା ହାଉସ ପରିବାର ଅଦାଲତରେ ରୁଜୁ ହୋଇଥିଲା । ଏହାପରେ ଏହି ମାମଲାକୁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତରିତ କରିବା ପାଇଁ ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା । ପରେ ସର୍ବୋଚ୍ଚ ଅଦାଲତ ଏହି ମାମଲା କଟକ ଅଦାଲତକୁ ସ୍ଥାନାନ୍ତରିତ କରିଥିଲେ । କଟକ ପରିବାର ଅଦାଲତଙ୍କ ନିର୍ଦ୍ଦେଶରେ ୨୦୨୧ ଏପ୍ରିଲ ୫ ତାରିଖରେ ପ୍ରଥମ ଥର ପାଇଁ ଉଭୟ ହାଜର ହୋଇଥିଲେ । ସେବେ ଠାରୁ ଉଭୟ ଉଭୟଙ୍କ ନାଁରେ ଅନେକ ମକଦ୍ଦମା ରୁଜୁ କରିଛନ୍ତି ।