CrimeFeaturedLatestNews

୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ବରିଷ୍ଠ କିରାଣୀ

ଯାଜପୁର (ସଂକେତ ଟିଭି) : ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଯାଜପୁର ଜିଲ୍ଲା ମୁଖ୍ୟାଳୟର ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଜିଲ୍ଲା ମଙ୍ଗଳ ବିଭାଗ କାର୍ଯ୍ୟରତ ଭାରାପ୍ରାପ୍ତ ବରିଷ୍ଠ କିରାଣୀ ସୁବ୍ରତ କୁମାର କାନୁନଗୋ ।

ସୂଚନା ଅନୁଯାୟୀ, ଅନୁସୂଚିତ ଜାତି ଓ ଜନଜାତି ଅନୁକମ୍ପା ଅର୍ଥ ବିଲ୍ ପାସ କରାଇ ଦେବାକୁ ୧୦ ହଜାର ଲାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ଧରିଛି । ଟୁନିଆ ଜେନା ନାମକ ଜଣେ ମହିଳାଙ୍କ ଠାରୁ ସରକାରଙ୍କ ପକ୍ଷରୁ ଜିଲ୍ଲା ମଙ୍ଗଳ ବିଭାଗ ନିକଟକୁ ୭୫ ହଜାର ଟଙ୍କାର କ୍ଷତିପୂରଣ ଅନୁକମ୍ପା ଅର୍ଥରାଶି ଆସିଥିଲା। ତେବେ ଏହାକୁ ପାସ କରାଇବା ପାଇଁ କିରାଣୀ ୨୫ ହଜାର ଦାବି କରିଥିଲେ। ପୂର୍ବରୁ ୧୫ ହଜାର ନେଇଥିବା ବେଳେ ଆଜି ୧୦ ହଜାର ଦାବି କରିଥିଲେ। ଯୋଜନା ମୁତାବକ ଟଙ୍କା ନେଉଥିବାବେଳେ ଯାଜପୁର ଭିଜିଲାନ୍ସ ଟିମ ଚଢ଼ାଉ କରି ତାଙ୍କୁ ଗିରଫ କରିଛି।