FeaturedHealthLatestNews

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ-ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର (ସଂକେତ ଟିଭି) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ-ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ବିଏସକେୱାଇ ଯୋଜନାରୁ ବଞ୍ଚିତ ଲୋକଙ୍କ ପାଇଁ ଏହା ଉଦ୍ଦିଷ୍ଟ। ଏହି ନୂଆ କାର୍ଡ ଜରିଆରେ ବିଏସକେୱାଇରୁ ବଞ୍ଚିତ ଗ୍ରାମାଞ୍ଚଳର ସବୁ ପରିବାର ଏହି ନୂଆ ଯୋଜନାରେ ସାମିଲ ହେବେ। କେବଳ ସରକାରୀ କର୍ମଚାରୀ ଓ ଆୟକରଦାତାଙ୍କୁ ବାଦ୍ ଦେଇ ଗ୍ରାମାଞ୍ଚଳର ଅନ୍ୟ ଲୋକଙ୍କୁ ଏଥିରେ ସାମିଲ କରାଯିବ। ଏହି କାର୍ଡ ଜରିଆରେ ଉଭୟ ରାଜ୍ୟ ଓ ରାଜ୍ୟ ବାହାରେ ବିଏସକେୱାଇରେ ପଞ୍ଜିକୃତ ହସ୍ପିଟାଲରେ ଜଟିଳ ରୋଗର ଚିକିତ୍ସା ସୁବିଧା ପାଇପାରିବେ।

ବିଏସକେୱାଇର ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର ଏହି କାର୍ଡ ମାଧ୍ୟମରେ ଉପକୃତ ହେବେ । ଯାହାକି ଜନସଂଖ୍ୟାର ପ୍ରାୟ ୯୦ ପ୍ରତିଶତ । ସେମାନେ ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ-ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ । ଏହି କାର୍ଡ ଦ୍ୱାରା କୌଣସି ପରିବାର ଆର୍ଥିକ ଦୁରବସ୍ଥା କାରଣରୁ ଜଟିଳ ରୋଗର ଚିକିତ୍ସା ପାଇଁ ଅସୁବିଧାର ସମ୍ମୁଖୀନ ହେବେ ନାହିଁ ।

ଏହାପୂର୍ବରୁ ରାଜ୍ୟରେ ଅର୍ଥ ଅଭାବରୁ ଯେପରି କେହି ଚିକିତ୍ସାରୁ ବଞ୍ଚିତ ନ ହୁଅନ୍ତି ସେଥିପାଇଁ ଓଡ଼ିଶାରେ ବିଏସକେୱାଇ ଯୋଜନା ପ୍ରଚଳନ କରାଯାଇଥିଲା। ଯାହା ଏହି ଯୋଜନାରେ ମାସିକ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ହସ୍ପିଟାଲରେ ଏବଂ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍ପିଟାଲରେ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ସରକାର ମାସିକ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଗତ ୫ ବର୍ଷରେ ବିଏସକେୱାଇ ଯୋଜନାରେ ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।
ଏହି ଯୋଜନାରେ ୬୮୧ ସୁପର ସ୍ପେଶାଲିଟି ହସ୍ପିଟାଲ ସାମିଲ, ୬୬୮ ଫ୍ରଣ୍ଟଲାଇନ କର୍ମଚାରୀ ନିୟୋଜିତ । ଏହି ପର୍ଯ୍ୟାୟରେବିଏସକେୱାଇରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲଗୁଡିକରେ କ୍ୟାସଲେସ ସୁବିଧା ଯୋଗାଇ ଦିଆଯିବ ।

ଏହି ପର୍ଯ୍ୟାୟରେ କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତାଙ୍କୁ ବାଦ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ ବିଏସକେୱାଇ ଯୋଜନା ଅଧୀନରେ ନାହାନ୍ତି, ସେମାନେ ଆମର ଏହି ନୂଆ ଯୋଜନାରେ ସାମିଲ ହେବେ । ସେମାନେ ସମସ୍ତେ ଆମର ନୂଆ ବିଏସକେୱାଇ-ନବୀନ କାର୍ଡ ପାଇବେ । ସେମାନେ ମଧ୍ୟ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ ।