LatestNews

ମାଲକାନଗିରି ବିମାନବନ୍ଦର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ସଂକେତ ଟିଭି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ମାଲକାନଗିରି ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି । 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ରହିଥିଲେ । ଏହାଛଡ଼ା ପରିବହନ ମନ୍ତ୍ରୀ ଟୁକୁନି ସାହୁ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ବିମାନସେବାର ଲୋକାର୍ପଣ ପରେ ମୁଖ୍ୟମନ୍ତ୍ରୀ ଟର୍ମିନାଲ-୨ ପରିଦର୍ଶନ କରିଥିଲେ। ଏବଂ ଫଟୋ ସୁଟ୍ କରିଥିଲେ । ୨୦୧୮ ମସିହାରେ ଗୁରୁପ୍ରିୟା ସେତୁର ଲୋକାର୍ପଣ ପରେ ବିକାଶର ଗୋଟିଏ ପରେ ଗୋଟିଏ ପାହାଚ ଚଢୁଛି ସ୍ବାଭିମାନ ଅଞ୍ଚଳ । ଜିଲ୍ଲାକୁ ବିମାନସେବା ସ୍ବପ୍ନ ଭଳି ଲାଗୁଥିଲେ ବି ରାଜ୍ୟ ସରକାରଙ୍କ ଉଦ୍ୟମରେ ଆକାଶରେ ଉଡ଼ାଣ ଆଶା ପୂରଣ ହୋଇଛି ।

ଚଉଦ ମାସରେ ଏହି ବିମାନବନ୍ଦର କାମ ଶେଷ ହେଲା।ବିମାନବନ୍ଦର ଟେଣ୍ଡର ପ୍ରକ୍ରିୟାରେ ଜୟପୁର ତାରାତାରିଣୀ କନଷ୍ଟ୍ରକସନ୍ ପ୍ରାଇଭେଟ ଲିମିଟେଡ୍ କାମ ପାଇଥିଲା। ଜମି ଅଧିଗ୍ରହଣ ହୋଇସାରିଥିବା ବେଳେ ୨୦୨୨ ମସିହା ନଭେମ୍ବର ୧ ତାରିଖରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୦୨୩ ଅକ୍ଟୋବର ୩୧ ତାରିଖରେ ସମୟ ରହିଥିଲା। କିନ୍ତୁ ତାହାକୁ ଚଳିତ ମାସରେ ଶେଷ କରିଥିଲେ। ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ଗତ ବର୍ଷ ମାର୍ଚ୍ଚ ମାସରେ ମାଲାକନଗିରି ଏୟାରପୋର୍ଟ ଗସ୍ତ କରି ନୂତନ ବର୍ଷ ପୂର୍ବରୁ କାମ ଶେଷ କରିବା ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏହି ବିମାନବନ୍ଦର ପାଇଁ ୫୪.୧୫ କୋଟି ଟଙ୍କା ବ୍ୟୟରେ ୧୪ ମାସରେ ନିର୍ମାଣ ହୋଇଛି।