CulturalFeaturedLatestNews

ଜାନୁଆରୀ ୧୭କୁ ସରକାରୀ ଛୁଟି ଭାବେ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର (ସଂକେତ ଟିଭି): ଜାନୁଆରୀ ୧୭ ତାରିଖରେ ଭକ୍ତି ଓ ଉତ୍ସାହର ସହିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହେବାକୁ ଯାଉଛି। ଏହାକୁ ନଜରରେ ରଖି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରୀ ୧୭ ତାରିଖକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି।

ଏହି ପ୍ରକଳ୍ପର ଉଦଘାଟନ ଦିନ ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।