LatestNews

ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ

ବାଲେଶ୍ବର (ସଂକେତ ଟିଭି): ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୃ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଜୟନାରାୟଣ ଭୁବନେଶ୍ୱର ଏମସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ଜୟନାରାୟଣ ଦୀର୍ଘ ଦିନ ହେଲା ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। ଗତ ୨୮ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ଜୟନାରାୟଣ ଓଡ଼ିଶା ବିଧାନ ସଭାରେ ଦୁଇଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୯୫ ମସିହାରୁ ୨୦୦୦ ମସିହାଯାଏଁ କାର୍ଯ୍ୟ କରିଥିଲେ । ୨୦୧୯ରେ ସେ ବିଜେପିରେ ସାମିଲ ହୋଇଥିଲେ। ଜଳେଶ୍ୱର ନିର୍ବାଚନ ମଣ୍ଡଳୀରୁ ସେ ବିଜେପରୁ ପ୍ରାର୍ଥୀ ହୋଇଥିଲେ। ଜୟନାରାୟଣ ମହାନ୍ତି ୧୯୫୧ ମସିହାର ଅକ୍ଟୋବର ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ ।