CulturalLatestNews

ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ୨୭ରେ ସ୍କୁଲ କଲେଜ ଛୁଟି

ଭୁବନେଶ୍ବର :(ସଂକେତ ଟିଭି) ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ପୀଠର ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଜାନୁୟାରୀ ୨୭ ରେ ଅନୁଷ୍ଠିତ ହେଉଛି। ଏହି ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ ୨୭ ତାରିଖ ଦିନ ସାରା ରାଜ୍ୟର ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ଚତୁର୍ଥ ଶନିବାର ଯୋଗୁଁ ସେଦିନ ସମସ୍ତ ସରକାରୀ ଅଫିସ ମଧ୍ଯ ବନ୍ଦ ରହୁଛି।