FeaturedLatestNewsPolitics

ଜୁଏଲ ଓରାମଙ୍କ ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ଢେଙ୍କାନାଳ :(ସଂକେତ ଟିଭି)ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଜୁଏଲ ଓରାମଙ୍କ ଇନୋଭା ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପୁରୁଣା ରେକୁଳା ନିକଟରେ ଏହି ଦୁର୍ଘଟଣା ଘଟିଛି।

ଏହି ଦୁର୍ଘଟଣାରେ ଜଣେ ବାଇକ୍‌ ଆରେହୀଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ହେଲେ ସର୍ବେଶ୍ବର ଚୌଧୁରୀ (୫୦)। ମୃତ ବ୍ୟକ୍ତି ଜଣକ କାମାକ୍ଷାନଗର ଥାନା ଅଧୀନ କମଗରାପ।ଟଣା ଗାଁର ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ, ଜୁଏଲ ଓରାମ ନିଜ ଇନୋଭା ଯୋଗେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ବେଳେ କାମାକ୍ଷାନଗର ଥାନା ରେକୁଳା ଛକ ଠାରେ କାମାକ୍ଷାନଗର RMCA କର୍ମଚାରୀ ସର୍ବେଶ୍ୱର ଚୌଧୁରୀଙ୍କ ବାଇକକୁ ଧକ୍କା ଦେଇଥିଲା। ଫଳରେ ସର୍ବେଶ୍ୱର ଘଟଣା ସ୍ଥଳରେ ଗୁରୁତର ଅବସ୍ଥାରେ ପଡି ରହିଥିଲେ। ଏହା ଦେଖି ଜୁଏଲ ନିଜ ପାଇଲଟିଂ ଗାଡିରେ ସର୍ବେଶ୍ୱରଙ୍କୁ ତୁରନ୍ତ କାମାକ୍ଷାନଗର ମେଡିକାଲରେ ଭର୍ତି କରାଇଥିଲେ। ସେଠାରେ ଡାକ୍ତର ସର୍ବେଶ୍ୱରଙ୍କୁ ମୃତ ଘୋଷଣା କରିଛନ୍ତି। ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା ।